ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ତେବେ ଏଥର ସେ ନିଜର ଜନ୍ମଦିନ ପାଳନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ତିତଲି ବାତ୍ୟା ଓ ବନ୍ୟା ଯୋଗୁଁ ରାଜ୍ୟର କିଛି ଅଞ୍ଚଳ ପ୍ରଭାବିତ ହୋଇଥିବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି । ଆସନ୍ତକାଲି ମୁଖ୍ୟମନ୍ତ୍ରୀ କାହାରିଠାରୁ ଜନ୍ମଦିନ ଶୁଭେଚ୍ଛା ଗ୍ରହଣ କରିବେ ନାହିଁ । ତେଣୁ ଶୁଭେଚ୍ଛୁମାନେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ଅଫିସ ପକ୍ଷରୁ ଅନୁରୋଧ କରାଯାଇଛି ।