ଭୁବନେଶ୍ୱର: ଆସନ୍ତାକାଲି ନିଜର ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ସଂକ୍ରମଣ ଦୃଷ୍ଟିରୁ ଜନ୍ମଦିନ ନ ପାଳିବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ ବୋଲି ନବୀନ କହିଛନ୍ତି ।
ଗତ ୮ ମାସ ହେଲା କୋଭିଡ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି । ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା, ରକ୍ତଦାନ କରିବା ଏବଂ ପ୍ଲାଜମା ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।